ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୭୫ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ରହିଥିବା ବେଳେ କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।