ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୭ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୮୭ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ସେହିପରି କଟକ, ଯାଜପୁର, ଗଞ୍ଜାମ, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।