ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ୫ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୭୯ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୪୨୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୨୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୦୬୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୯୫୨୩୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।