ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୫ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ୩ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୧୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ କେନ୍ଦୁଝର, ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।