ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ଆଉ ୦୮ ଜଣଙ୍କର ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୫୦ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ବାଲେଶ୍ୱର, ଖୋର୍ଦ୍ଧା, କେନ୍ଦୁଝର, କୋରାପୁଟ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।