ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ଆଉ ୧୮ ଜଣଙ୍କର ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୬୧୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଜଗତସିଂହପୁର ଜିଲ୍ଲାରୁ ୨ଜଣ ଏବଂ ଢେଙ୍କାନାଳ, କଟକ, ଭଦ୍ରକ, କେନ୍ଦୁଝର, ପୁରୀ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।