ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ଆଉ ୨୦ ଜଣଙ୍କର ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୮୩୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ବାଲେଶ୍ବର, କେନ୍ଦ୍ରାପଡା, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।