ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଯାଇଛି ଆଉ ୨୦ ମୁଣ୍ଡ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୯୦୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କଟକ ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।