ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଯାଇଛି ଆଉ ୧୬ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୯୬୧ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭ ଜଣ ରହିଥିବା ବେଳେ ଭଦ୍ରକ, କଟକ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି।