ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଯାଇଛି ଆଉ ୧୫ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୯୭୬ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ,ବାଲେଶ୍ବର, ବରଗଡ଼, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।