ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଆଉ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୯୯୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।