ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଜାରି ରହିଛି । ସେହିପରି ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୦୨୬ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବଧିକ ୬ ଜଣ, ବାଲେଶ୍ବର, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ, ଢ଼େଙ୍କାନାଳ , କେନ୍ଦ୍ରାପଡ଼ା ଓ ସମ୍ବଳପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।