ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି ହେଲେ ମୃତ୍ୟୁ ସଂଖ୍ୟା ଲଗାତର ଭାବେ ୧୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୦୩୬ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬ ଜଣ, ବାଲେଶ୍ବରରୁ ୨ ଜଣ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।