ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଇବା ସହ ମୃତ୍ୟୁ ସଂଖ୍ୟା ବି ଧୀରେ ଧୀରେ ହ୍ରାସ ପାଉଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୦୫୬ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।