ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ କରୋନା ମୃତ୍ୟୁ ସଂଖ୍ୟା ବଢି ଚାଲିଥିଲା । ଯାହା ଥମିବାର ନାଁ ଧରୁନଥିଲା । କିନ୍ତୁ ଏବେ ରାଜ୍ୟରେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ । ପୂର୍ବ ଅପେକ୍ଷା ଏବେ ମୃତକଙ୍କ ସଂଖ୍ୟା ହ୍ରାସ ଘଟିଛି । ଗତକାଲି କରୋନା ମୃତ୍ୟୁ ସଂଖ୍ୟା ୫ ରହିଥିଲା । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ଆଉ ୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୫୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏମାନେ ସମସ୍ତେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହୋଇଛି ।