ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ଧୀରେ ଧୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି । ପୂର୍ବରୁ ଯେଉଁ ଭଳି ଲଗାତର ଭାବେ କରୋନା ମୃତ୍ୟୁ ସଂଖ୍ୟା ବଢି ଚାଲିଥିଲା ତାହା ଏବେ ଥମିବାରେ ଲାଗିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଯାହାଫଳରେ ଏହି କିଛି ଦିନ ହେବ ଲଗାତର ଭାବେ ୧୦ ତଳେ ରହିଛି ମୃତ୍ୟୁ ସଂଖ୍ୟା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୮୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗଞ୍ଜାମ, ବଲାଙ୍ଗୀର ଏବଂ ସୁନ୍ଦରଗଡର ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଏମାନେ ସମସ୍ତେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହୋଇଛି ।