ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ହ୍ରାସ ପାଉଛି କରୋନା ମୃତ୍ୟୁ ସଂଖ୍ୟା । ସବୁଠାରୁ ଖୁସୀର ଖବର ହେଉଛି ଗତକାଲି କରୋନା ମୃତ୍ୟୁ ସଂଖ୍ୟା ଶୂନ ରହିଥିଲା । ସେହିପରି ରାଜ୍ୟରେ ଆଜି କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ଜଣେ କରୋନାରେ ପ୍ରାଣ ହରାଇଛନ୍ତି । ଯାହାଫଳରେ ଏହି କିଛି ଦିନ ହେବ ୫ ତଳେ ରହିଛି ମୃତ୍ୟୁ ସଂଖ୍ୟା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୮୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତି ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ଜାଣିବାକୁ ମିଳିଛି । କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।