ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କମୁଛି କରୋନା କୋପ । ଏବେ ମୃତ୍ୟୁକ ସଂଖ୍ୟା କମିବାରେ ଲାଗିଛି । ଗତକାଲି ରାଜ୍ୟରେ କରୋନାରେ ଜଣଙ୍କର ମୃତ୍ୟୁ ହୋଇଥିଲା । ସେହିପରି ଆଜି କରୋନାରେ ୨ ଜଣ ପ୍ରାଣ ହରାଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଯାହାଫଳରେ ଏହି କିଛି ଦିନ ହେବ ୫ ତଳେ ରହିଛି ମୃତ୍ୟୁ ସଂଖ୍ୟା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୯୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ୱର ଏବଂ ନାୟାଗଡରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଏମାନେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।