ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି । ଗୋଟେ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ରାଜ୍ୟରୁ ଆଉ ୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ଝାରସୁଗୁଡା, କେନ୍ଦୁଝର ଜିଲ୍ଲାର ଜଣେ ଲେଖାଁଏ ରହିଛନ୍ତି । ଏମାନେ କରୋନା ରୋଗରେ ଆକ୍ରାନ୍ତ ହେବା ପରେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।