ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ଗୋଟେ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ରାଜ୍ୟରୁ ଆଉ ୫ ଜଣ କରୋନାରେ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୪୮୫୧ ଜଣ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ରାଜ୍ୟରେ ଆତଙ୍କ ରଚି ଚାଲିଛି ମହାମାରୀ କରୋନା ।