ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ଗୋଟେ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ରାଜ୍ୟରୁ ଆଉ ୭ ଜଣ କରୋନାରେ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୬୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ରାୟଗଡା ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଖୋର୍ଦ୍ଧା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଜଣେ ଲେଖାଏଁ ରହିଛନ୍ତି ।