ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ଦ୍ରୁତ ଗତିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ରାଜ୍ୟରୁ ଆଉ ୮ ଜଣ କରୋନାରେ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଝାରସୁଗୁଡା ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଖୋର୍ଦ୍ଧା. କନ୍ଧମାଳ,ବଲାଙ୍ଗୀର ଏବଂ ବାଲେଶ୍ୱର ଜିଲ୍ଲାର ଜଣେ ଲେଖାଏଁ ରହିଛନ୍ତି ।