ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଗୋଟେ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ବି କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ମୃତ୍ୟୁ ସଂଖ୍ୟା ବହୁତ କମ ରହିଛି । ସେହିପରି ପୁଣି ରାଜ୍ୟରୁ ଆଉ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ବ୍ୟକ୍ତି ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର , କରୋନା ରୋଗରେ ଆକ୍ରାନ୍ତ ହେବା ପରେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।