ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଗୋଟେ ପଟେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ହେଉଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ପୂର୍ବରୁ ଯେଉଁଭଳି ଭାବେ ମୃତ୍ୟୁ ସଂଖ୍ୟା ବଢି ଚାଲିଥିଲା ଏବେ ସେଥିରେ ବ୍ରେକ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭୬ କୁ ବୃଦ୍ଧି ପାଇଛି ।
ଏମାନେ ସମସ୍ତେ କରୋନା ସଂକ୍ରମିତ ହେବା ପରେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ହିଁ ସେମାନଙ୍କର ମୃତ୍ୟୁ ଘଟିଛି ।