ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୮୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 3
8. Gajapati: 2
9. Ganjam: 3
10. Jagatsinghpur: 2
11. Jajpur: 14
12. Jharsuguda: 2
13. Kendrapada: 3
14. Khurda: 83
15. Mayurbhanj: 13
16. Puri: 2
17. Sambalpur: 12
18. Sonepur: 1
19. Sundargarh: 12
20. State Pool: 19— I & PR Department, Odisha (@IPR_Odisha) December 5, 2021
New recoveries: 257
Cumulative tested: 24023955
Positive: 1050249
Recovered: 1039461
Active cases: 2313— I & PR Department, Odisha (@IPR_Odisha) December 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୫୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୨୪୯ ରହିଥିବା ବେଳେ ୨୩୧୩ ଜଣ ଚିକିତ୍ସିତ ହେଉଛନ୍ତି ।