ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
4. Bhadrak: 1
5. Cuttack: 4
6. Ganjam: 4
7. Jajpur: 5
8. Kandhamal: 1
9. Kendrapada: 4
10. Keonjhar: 5
11. Khurda: 48
12. Mayurbhanj: 10
13. Nayagarh: 2
14. Sambalpur: 2
15. Sundargarh: 1
16. State Pool: 12— I & PR Department, Odisha (@IPR_Odisha) December 6, 2021
New recoveries: 212
Cumulative tested: 24074222
Positive: 1050354
Recovered: 1039673
Active cases: 2205— I & PR Department, Odisha (@IPR_Odisha) December 6, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୧୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୦୬୦୩୫୪ ରହିଥିବା ବେଳେ ୨୨୦୫ ଜଣ ଚିକିତ୍ସିତ ହେଉଛନ୍ତି ।