ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୮ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 2
8. Jajpur: 4
9. Jharsuguda: 1
10. Kalahandi: 2
11. Kendrapada: 3
12. Khurda: 117
13. Koraput: 1
14. Mayurbhanj: 7
15. Nayagarh: 2
16. Puri: 3
17. Rayagada: 1
18. Sambalpur: 7
19. Sundargarh: 14
20. State Pool: 28— I & PR Department, Odisha (@IPR_Odisha) December 15, 2021
New recoveries: 192
Cumulative tested: 24583409
Positive: 1052145
Recovered: 1041728
Active cases: 1925— I & PR Department, Odisha (@IPR_Odisha) December 15, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୯୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୧୪୫ ରହିଥିବା ବେଳେ ୧୯୨୫ ଜଣ ଚିକିତ୍ସିତ ହେଉଛନ୍ତି ।