ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସଂକ୍ରମଣ ହାର ଏବେ ଦୃତ ଗତିରେ ବଢି ଚାଲିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୮୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦୮୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୪୦୭ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୮୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 383
23. Nawarangpur: 159
24. Nayagarh: 193
25. Nuapada: 108
26. Puri: 198
27. Rayagada: 253
28. Sambalpur: 387
29. Sonepur: 163
30. Sundargarh: 1447
31. State Pool: 707— I & PR Department, Odisha (@IPR_Odisha) January 17, 2022
New recoveries: 4452
Cumulative tested: 26701571
Positive: 1144401
Recovered: 1060067
Active cases: 75797— I & PR Department, Odisha (@IPR_Odisha) January 17, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୪୫୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୪୪୪୦୧ ରହିଥିବା ବେଳେ ୭୫୭୯୭ ଜଣ ଚିକିତ୍ସିତ ହେଉଛନ୍ତି ।