ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 14th May
New Positive Cases: 14
Of which 0-18 years: 4
In quarantine: 8
Local contacts: 6(Details of local contacts will be shared by concerned District)
1. Balasore: 1
2. Cuttack: 3
3. Khurda: 1
4. Nuapada: 9— I & PR Department, Odisha (@IPR_Odisha) May 15, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୦୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୩୦୪ ରହିଥିବା ବେଳେ ୧୩୮ ଜଣ ଚିକିତ୍ସିତ ହେଉଛନ୍ତି ।