ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୦୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 5
8. Ganjam: 8
9. Jagatsinghpur: 9
10. Jajpur: 9
11. Jharsuguda: 3
12. Kalahandi: 2
13. Kendrapada: 8
14. Keonjhar: 1
15. Khurda: 250
16. Koraput: 1
17. Mayurbhanj: 19
18. Nayagarh: 2
19. Nuapada: 1
20. Puri: 15
21. Rayagada: 6
22. Sambalpur: 13— I & PR Department, Odisha (@IPR_Odisha) October 31, 2021
23. Sundargarh: 13
24. State Pool: 53New recoveries: 490
Cumulative tested: 21994343
Positive: 1041457
Recovered: 1028697
Active cases: 4374— I & PR Department, Odisha (@IPR_Odisha) October 31, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୯୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୪୫୭ ରହିଥିବା ବେଳେ ୪୩୭୪ ଜଣ ଚିକିତ୍ସିତ ହେଉଛନ୍ତି ।