ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Gajapati: 7
9. Ganjam: 2
10. Jagatsinghpur: 7
11. Jajpur: 12
12. Jharsuguda: 5
13. Kendrapada: 4
14. Khurda: 99
15. Koraput: 2
16. Malkangiri: 1
17. Mayurbhanj: 5
18. Nayagarh: 1
19. Puri: 3
20. Sambalpur: 1— I & PR Department, Odisha (@IPR_Odisha) November 6, 2021
21. Sundargarh: 8
22. State Pool: 23New recoveries: 536
Cumulative tested: 22348388
Positive: 1043151
Recovered: 1031425
Active cases: 3319— I & PR Department, Odisha (@IPR_Odisha) November 6, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୩୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୧୫୧ ରହିଥିବା ବେଳେ ୩୩୧୯ ଜଣ ଚିକିତ୍ସିତ ହେଉଛନ୍ତି ।