ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Gajapati: 1
9. Ganjam: 3
10. Jagatsinghpur: 7
11. Jajpur: 8
12. Jharsuguda: 1
13. Kendrapada: 11
14. Keonjhar: 2
15. Khurda: 61
16. Mayurbhanj: 3
17. Puri: 1
18. Sambalpur: 9
19. Sonepur: 3— I & PR Department, Odisha (@IPR_Odisha) November 5, 2021
20. Sundargarh: 5
21. State Pool: 14New recoveries: 447
Cumulative tested: 22296558
Positive: 1042943
Recovered: 1030889
Active cases: 3651— I & PR Department, Odisha (@IPR_Odisha) November 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୪୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୯୪୩ ରହିଥିବା ବେଳେ ୩୬୫୧ ଜଣ ଚିକିତ୍ସିତ ହେଉଛନ୍ତି ।