ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 5
8. Jajpur: 10
9. Kalahandi: 2
10. Kendrapada: 6
11. Khurda: 138
12. Mayurbhanj: 2
13. Nayagarh: 2
14. Nuapada: 4
15. Puri: 6
16. Sambalpur: 7
17. Sonepur: 1— I & PR Department, Odisha (@IPR_Odisha) November 8, 2021
18. Sundargarh: 5
19. State Pool: 31New recoveries: 347
Cumulative tested: 22471004
Positive: 1043745
Recovered: 1032197
Active cases: 3134— I & PR Department, Odisha (@IPR_Odisha) November 8, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୪୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୭୪୫ ରହିଥିବା ବେଳେ ୩୧୩୪ ଜଣ ଚିକିତ୍ସିତ ହେଉଛନ୍ତି ।