ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 4
8. Jagatsinghpur: 2
9. Jajpur: 2
10. Kalahandi: 1
11. Khurda: 79
12. Mayurbhanj: 4
13. Nayagarh: 1
14. Puri: 2
15. Rayagada: 1
16. Sambalpur: 3
17. Sundargarh: 2
18. State Pool: 19— I & PR Department, Odisha (@IPR_Odisha) December 17, 2021
New recoveries: 166
Cumulative tested: 24708131
Positive: 1052472
Recovered: 1042002
Active cases: 1976— I & PR Department, Odisha (@IPR_Odisha) December 17, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୬୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୪୭୨ ରହିଥିବା ବେଳେ ୧୯୭୬ ଜଣ ଚିକିତ୍ସିତ ହେଉଛନ୍ତି ।