ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୨୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୨୭୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 83
7. Cuttack: 557
8. Deogarh: 14
9. Dhenkanal: 137
10. Gajapati: 23
11. Ganjam: 77
12. Jagatsinghpur: 148
13. Jajpur: 394
14. Jharsuguda: 27
15. Kalahandi: 48
16. Kandhamal: 37
17. Kendrapada: 237
18. Keonjhar: 115
19. Khurda: 726
20. Koraput: 127
21. Malkangiri: 58— I & PR Department, Odisha (@IPR_Odisha) June 11, 2021
New recoveries: 8299
Cumulative tested: 12523241
Positive: 842461
Recovered: 772972
Active cases: 66226— I & PR Department, Odisha (@IPR_Odisha) June 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୨୯୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୨୪୬୧ ରହିଥିବା ବେଳେ ଏହି ରୋଗରୁ ୭୭୨୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୬୨୨୬ ଜଣ ଚିକିତ୍ସିତ ହେଉଛନ୍ତି ।