ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 2
8. Ganjam: 1
9. Jagatsinghpur: 3
10. Jajpur: 2
11. Jharsuguda: 2
12. Kendrapada: 1
13. Khurda: 94
14. Mayurbhanj: 5
15. Nayagarh: 2
16. Puri: 2
17. Rayagada: 3
18. Sambalpur: 8
19. Sundargarh: 7
20. State Pool: 23— I & PR Department, Odisha (@IPR_Odisha) December 20, 2021
New recoveries: 258
Cumulative tested: 24883860
Positive: 1053020
Recovered: 1042701
Active cases: 1821— I & PR Department, Odisha (@IPR_Odisha) December 20, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୫୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୦୨୦ ରହିଥିବା ବେଳେ ୧୮୨୧ ଜଣ ଚିକିତ୍ସିତ ହେଉଛନ୍ତି ।