ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮୦ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 1
6. Cuttack: 84
7. Deogarh: 2
8. Dhenkanal: 4
9. Ganjam: 2
10. Jagatsinghpur: 22
11. Jajpur: 14
12. Kalahandi: 5
13. Kandhamal: 1
14. Kendrapada: 9
15. Khurda: 290
16. Koraput: 1
17. Mayurbhanj: 27
18. Nayagarh: 4
19. Puri: 23
20. Sambalpur: 9
21. Sonepur: 1— I & PR Department, Odisha (@IPR_Odisha) October 6, 2021
22. Sundargarh: 8
23. State Pool: 66New recoveries: 557
Cumulative tested: 20366917
Positive: 1029412
Recovered: 1016165
Active cases: 4967— I & PR Department, Odisha (@IPR_Odisha) October 6, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୫୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୪୧୨ ରହିଥିବା ବେଳେ ୪୯୬୭ ଜଣ ଚିକିତ୍ସିତ ହେଉଛନ୍ତି ।