ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ୧୦ ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୮୯୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୮୪୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 137
7. Cuttack: 673
8. Deogarh: 63
9. Dhenkanal: 503
10. Gajapati: 80
11. Ganjam: 156
12. Jagatsinghpur: 382
13. Jajpur: 507
14. Jharsuguda: 157
15. Kalahandi: 177
16. Kandhamal: 65
17. Kendrapada: 387
18. Keonjhar: 179
19. Khurda: 1222
20. Koraput: 255— I & PR Department, Odisha (@IPR_Odisha) June 1, 2021
New recoveries: 10405
Cumulative tested: 11835365
Positive: 773732
Recovered: 680932
Active cases: 89956— I & PR Department, Odisha (@IPR_Odisha) June 1, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୪୦୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୭୩୭୩୨ ରହିଥିବା ବେଳେ ଏହି ରୋଗରୁ ୬୮୦୯୩୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୯୯୫୬ ଜଣ ଚିକିତ୍ସିତ ହେଉଛନ୍ତି ।