ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୩୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୩୯୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 128
7. Cuttack: 720
8. Deogarh: 72
9. Dhenkanal: 252
10. Gajapati: 68
11. Ganjam: 153
12. Jagatsinghpur: 255
13. Jajpur: 388
14. Jharsuguda: 71
15. Kalahandi: 167
16. Kandhamal: 52
17. Kendrapada: 223
18. Keonjhar: 166
19. Khurda: 1062
20. Koraput: 185— I & PR Department, Odisha (@IPR_Odisha) June 4, 2021
New recoveries: 10434
Cumulative tested: 12040830
Positive: 798699
Recovered: 713055
Active cases: 82679— I & PR Department, Odisha (@IPR_Odisha) June 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୪୩୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୮୬୯୯ ରହିଥିବା ବେଳେ ଏହି ରୋଗରୁ ୭୧୩୦୫୫ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୨୬୭୯ ଜଣ ଚିକିତ୍ସିତ ହେଉଛନ୍ତି ।