ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ କମୁଛି ସଂକ୍ରମଣଙ୍କ ସଂଖ୍ୟା । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୬୬୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 112
7. Cuttack: 640
8. Deogarh: 29
9. Dhenkanal: 123
10. Gajapati: 30
11. Ganjam: 93
12. Jagatsinghpur: 218
13. Jajpur: 563
14. Jharsuguda: 86
15. Kalahandi: 80
16. Kandhamal: 143
17. Kendrapada: 227
18. Keonjhar: 155
19. Khurda: 495
20. Koraput: 180
21. Malkangiri: 107— I & PR Department, Odisha (@IPR_Odisha) June 7, 2021
New recoveries: 7358
Cumulative tested: 12250294
Positive: 819214
Recovered: 739376
Active cases: 76750— I & PR Department, Odisha (@IPR_Odisha) June 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୩୫୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୯୨୧୪ ରହିଥିବା ବେଳେ ଏହି ରୋଗରୁ ୭୩୯୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୬୭୫୦ ଜଣ ଚିକିତ୍ସିତ ହେଉଛନ୍ତି ।