ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୩୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 41
7. Dhenkanal: 1
8. Ganjam: 3
9. Jagatsinghpur: 11
10. Jajpur: 11
11. Jharsuguda: 5
12. Kendrapada: 8
13. Keonjhar: 3
14. Khurda: 305
15. Koraput: 3
16. Malkangiri: 1
17. Mayurbhanj: 15
18. Puri: 12
19. Sambalpur: 17
20. Sundargarh: 18
21. State Pool: 71— I & PR Department, Odisha (@IPR_Odisha) October 19, 2021
New recoveries: 530
Cumulative tested: 21175476
Positive: 1035973
Recovered: 1022780
Active cases: 4846— I & PR Department, Odisha (@IPR_Odisha) October 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୩୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ ରହିଥିବା ବେଳେ ୪୮୪୬ ଜଣ ଚିକିତ୍ସିତ ହେଉଛନ୍ତି ।