ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ଉପରମୁହାଁ ହୋଇଛି କରୋନା ମିଟର । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଆଜି ୧୨ ହଜାର ଉପରେ ମାମଲା ଚିହ୍ନଟ ହୋଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୯୩୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୪୫୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 228
7. Cuttack: 719
8. Deogarh: 108
9. Dhenkanal: 174
10. Gajapati: 115
11. Ganjam: 387
12. Jagatsinghpur: 259
13. Jajpur: 436
14. Jharsuguda: 413
15. Kalahandi: 210
16. Kandhamal: 102
17. Kendrapada: 137
18. Keonjhar: 208
19. Khurda: 2201
20. Koraput: 246— I & PR Department, Odisha (@IPR_Odisha) May 14, 2021
New recoveries: 8665
Cumulative tested: 10769312
Positive: 588687
Recovered: 482345
Active cases: 104016— I & PR Department, Odisha (@IPR_Odisha) May 14, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୬୬୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮୮୬୮୭ ରହିଥିବା ବେଳେ ଏହି ରୋଗରୁ ୪୮୨୩୪୫ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୪୦୧୬ ଜଣ ଚିକିତ୍ସିତ ହେଉଛନ୍ତି ।