ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୮ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 10
8. Jagatsinghpur: 3
9. Jajpur: 14
10. Jharsuguda: 1
11. Kendrapada: 1
12. Khurda: 152
13. Koraput: 1
14. Malkangiri: 4
15. Mayurbhanj: 4
16. Nawarangpur: 1
17. Nayagarh: 1
18. Puri: 1
19. Rayagada: 1
20. Sambalpur: 4— I & PR Department, Odisha (@IPR_Odisha) November 9, 2021
21. Sundargarh: 23
22. State Pool: 36New recoveries: 369
Cumulative tested: 22524398
Positive: 1044041
Recovered: 1032566
Active cases: 3058— I & PR Department, Odisha (@IPR_Odisha) November 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୬୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୦୪୧ ରହିଥିବା ବେଳେ ୩୦୫୮ ଜଣ ଚିକିତ୍ସିତ ହେଉଛନ୍ତି ।