ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 5
8. Jagatsinghpur: 2
9. Jajpur: 5
10. Jharsuguda: 2
11. Kendrapada: 1
12. Keonjhar: 2
13. Khurda: 85
14. Koraput: 1
15. Mayurbhanj: 6
16. Puri: 3
17. Sambalpur: 15
18. Sundargarh: 10
19. State Pool: 19— I & PR Department, Odisha (@IPR_Odisha) December 13, 2021
New recoveries: 233
Cumulative tested: 24472701
Positive: 1051752
Recovered: 1041365
Active cases: 1898— I & PR Department, Odisha (@IPR_Odisha) December 13, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୩୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୭୫୨ ରହିଥିବା ବେଳେ ୧୮୯୮ ଜଣ ଚିକିତ୍ସିତ ହେଉଛନ୍ତି ।