ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସଂକ୍ରମଣ ହାର ଏବେ ଦୃତ ଗତିରେ ବଢି ଚାଲିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୪୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୬୫୫ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦୬୧ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 393
23. Nawarangpur: 137
24. Nayagarh: 149
25. Nuapada: 104
26. Puri: 188
27. Rayagada: 187
28. Sambalpur: 302
29. Sonepur: 153
30. Sundargarh: 1416
31. State Pool: 759— I & PR Department, Odisha (@IPR_Odisha) January 18, 2022
New recoveries: 5965
Cumulative tested: 26772561
Positive: 1155487
Recovered: 1066032
Active cases: 80914— I & PR Department, Odisha (@IPR_Odisha) January 18, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୫୯୬୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୫୫୪୮୭ ରହିଥିବା ବେଳେ ୮୦୯୧୪ ଜଣ ଚିକିତ୍ସିତ ହେଉଛନ୍ତି ।