ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ବଢି ଚାଲିଛି । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । କିନ୍ତୁ ଲଗାତର ଭାବେ ୧୦ ହଜାର ଉପରେ ରହିଛି ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୪୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୪୩୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୦୫୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 313
7. Cuttack: 1107
8. Deogarh: 114
9. Dhenkanal: 251
10. Gajapati: 86
11. Ganjam: 228
12. Jagatsinghpur: 325
13. Jajpur: 378
14. Jharsuguda: 247
15. Kalahandi: 205
16. Kandhamal: 101
17. Kendrapada: 204
18. Keonjhar: 193
19. Khurda: 1497
20. Koraput: 266— I & PR Department, Odisha (@IPR_Odisha) May 20, 2021
New recoveries: 10036
Cumulative tested: 11118984
Positive: 655899
Recovered: 546631
Active cases: 106812— I & PR Department, Odisha (@IPR_Odisha) May 20, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୦୩୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୫୮୯୯ ରହିଥିବା ବେଳେ ଏହି ରୋଗରୁ ୫୪୬୬୩୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୬୮୧୨ ଜଣ ଚିକିତ୍ସିତ ହେଉଛନ୍ତି ।