ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 4
7. Cuttack: 37
8. Deogarh: 3
9. Dhenkanal: 1
10. Gajapati: 6
11. Jagatsinghpur: 16
12. Jajpur: 13
13. Kandhamal: 1
14. Kendrapada: 5
15. Keonjhar: 1
16. Khurda: 205
17. Koraput: 4
18. Malkangiri: 1
19. Mayurbhanj: 10
20. Nawarangpur: 1
21. Nayagarh: 2
22. Nuapada: 3— I & PR Department, Odisha (@IPR_Odisha) October 23, 2021
23. Puri: 7
24. Rayagada: 10
25. Sambalpur: 18
26. Sundargarh: 14
27. State Pool: 50New recoveries: 603
Cumulative tested: 21451263
Positive: 1037964
Recovered: 1025025
Active cases: 4581— I & PR Department, Odisha (@IPR_Odisha) October 23, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୦୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୯୬୪ ରହିଥିବା ବେଳେ ୪୫୮୧ ଜଣ ଚିକିତ୍ସିତ ହେଉଛନ୍ତି ।