ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶ ପାଇଁ ଆଶ୍ୱସ୍ତିକର ଖବର । ଦେଶରେ ଧୀରେ ଧୀରେ କରୋନା କୋପ ହ୍ରାସ ପାଇବାରେ ଲାଗିଛି । ପ୍ରତ୍ୟେକ ଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୫୬୭ କରୋନା ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭,୦୩,୭୭୦ ରେ ପହଁଚିଛି ।
ସେହିପରି ଏହି ଭାଇରରେ ୨୪ ଘଣ୍ଟାରେ ୩୮୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୦,୯୫୮ କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଦେଶରେ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୯,୦୪୫ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାପରେ ମୋଟ ସୁସ୍ଥଙ୍କ ସଂଖ୍ୟା ୯୧,୭୮,୯୪୬ ରେ ପହଁଚିଛି । ସେହିପରି ୩,୮୩,୮୬୬ ଟି ସକ୍ରିୟ ମାମଲା ରହିଛି ।