ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଏବେ ଦ୍ରୁତ ଗତିରେ ହ୍ରାସ ପାଉଥିବା ବେଳେ ଏବେ ପୁଣି ଥରେ ବୃଦ୍ଧି ହେଉଛି । । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୫୨୭ ନୂତନ ମାମଲା ସାମ୍ନାକୁ ଆସିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଏପର୍ଯ୍ୟନ୍ତ ମୋଟ ୪୨୫୧୭୭୨୪ ରୋଗୀ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଏବେ ଦେଶରେ ୧୫୦୭୯ ସକ୍ରିୟ ମାମଲା ରହିଛି । ଏହାବ୍ୟତିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୨ ହଜାର ୧୪୯ ରେ ପହଁଚିଛି ।