ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦିନକୁ ଦିନ ଉଗ୍ର ରୂପ ନେଉଛି କରୋନା । ବିଶ୍ୱବ୍ୟାପି କାୟା ମେଲାଇଛି । ଏଥିରୁ ବାଦ୍ ପଡିନି ଭାରତ । ଦ୍ରୁତ ଗତିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆଜି ବି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୬୨ ହଜାର ୦୬୪ ଟି ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୧୦୦୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର ୦୭୫ କୁ ବୃଦ୍ଧି ପାଇଛି ।
ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଲକ୍ଷ ୩୪ ହଜାର ୯୪୫ ସକ୍ରିୟ ମାମଲା ରହିଥିବା ବେଳେ ୧୫ ଲକ୍ଷ ୩୫ ହଜାର ୭୪୪ ଲୋକ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି । ଏହାସହିତ ଏଥିରେ ଏପର୍ଯ୍ୟନ୍ତ ୪୪ ହଜାର ୩୮୭ ଜଣଙ୍କ ମୃତ୍ୟୁ ହୋଇଛି ।